ପୃଥକ ସଡକ ଦୁର୍ଘଟଣାରେ ୧ ମୃତ ,୧ ଗୁରୁତର I

ପୃଥକ ସଡକ ଦୁର୍ଘଟଣାରେ ୧ ମୃତ ,୧ ଗୁରୁତର I

ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା ବାଟଗାଁ ନିକଟରେ ପୃଥକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ କଙ୍କଡାହାଡ଼ ଥାନା ରୋଡ଼ଙ୍ଗ ଗାଁର ରାମଚନ୍ଦ୍ର ପ୍ରଧାନ । ରାମଚନ୍ଦ୍ର ନିଜ ବାଇକରେ କାମାକ୍ଷାନଗରରୁ ନିଜ ଗାଁ ରୋଡ଼ଙ୍ଗ ଫେରୁଥିବା ବେଳେ ବାଟଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ପୋତା ହୋଇଥିବା ଏକ ଖୁଣ୍ଟରେ ପିଟି ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ସେହିପରି ବାଟଗାଁ ଛକରୁ ନିଜ ଦୋକାନ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ଏକ ଅଟୋ ଧକ୍କାରେ ଜଣେ ଦୋକାନୀ ଗୁରୁତର ହୋଇଛନ୍ତି । ଗୁରୁତର ଦୋକାନୀ ଜଣଙ୍କ ବାଟଗାଁ ର ଚିନ୍ମୟ ବରାଳ । ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା।ତାଙ୍କର ଡାହାଣ ଗୋଡଟି ଭାଙ୍ଗିଯାଇଥିବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି l

କଙ୍କଡ଼ାହାଡ଼ ରୁ ପ୍ରବୀଣ ନାଏକ ଙ୍କ ରିପୋର୍ଟ ଫୋକସ ପ୍ଲସ।

Related post

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି ବିଶେଷ, ଜାଣନ୍ତୁ କାହା କାହା ଦିଆଯାଇଛି ନିମନ୍ତ୍ରଣ

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ସାମିଲ ହେବେ ଭାରତର ବିଶିଷ୍ଟ ବ୍ୟକ୍ତି…

ଉତ୍ତର ପ୍ରଦେଶ: ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ୨୨ ଜାନୁଆରୀରେ ହେବ । ଏଥିପାଇଁ ସମସ୍ତଙ୍କୁ ନିମନ୍ତ୍ରଣ ପଠାଯାଉଛି । ଏହି ଉତ୍ସବର…
ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି!!!

ରାୟଗଡ଼ା: ଦୁର୍ଗମ ଅଞ୍ଚଳ ରେ ଫାଇଦା ନେଉଛନ୍ତି ଅଙ୍ଗନୱାଡ଼ି ଦିଦି, ହେଲପର୍ କୁ କିଛି ମିଳିଲା ନାଇଁ ସେଥିପାଇଁ ସିଧା ସିଧା ବଖାଣିଲେ ଦିଦିଙ୍କ ଭିତିରି କଥା ଏ…
ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7 ଟି ମାମଲା ମିଳିଲା କି?

ଚାଇନାର ନିମୋନିଆ ଭାରତକୁ ପ୍ରଭାବିତ କରିଛି କି? AIIMS ଦିଲ୍ଲୀରେ 7…

ଭାରତରେ ଚାଇନା ନିମୋନିଆ07/12(ଫୋକସ ପ୍ଲସ); ଚାଇନାରେ ବ୍ୟାପିଥିବା ରହସ୍ୟମୟ ନିମୋନିଆକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢିଛି। ମାଇକୋପ୍ଲାଜମା ନିମୋନିଆରେ ପୀଡିତ ପିଲାମାନଙ୍କ ସହିତ ଚାଇନାର ଡାକ୍ତରଖାନାଗୁଡ଼ିକ ଭରି…

Leave a Reply

Your email address will not be published. Required fields are marked *