ଭୋଟ ଦେଲେ ମୁଖ୍ୟମନ୍ତ୍ରୀ।

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର:  ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ। ଆଜି ସକାଳୁ ସକାଳୁ ପୌର ନିର୍ବାଚନ ଆରମ୍ଭ ହୋଇଯାଇଥିବା ବେଳେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  BMCର ୫୩ ନଂ ୱାର୍ଡରେ ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ  ନବୀନ ନିବାସରୁ ବାହାରି ଚାଲି ଚାଲି ଏରୋଡ୍ରମ୍ ୟୁପି ସ୍କୁଲରେ ହୋଇଥିବା ବୁଥ୍‌ରେ ପହଞ୍ଚିଲେ ।  ଏହାପରେ ସେଠାରେ ଭୋଟର ତାଲିକାରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଥିବା ଚିହ୍ନଟ କରାଯିବା ପରେ ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ। ଏହାପରେ ବୁଥ୍‌ ବାହାରକୁ ଆସି ଫଟୋ ପୋଜ ମଧ୍ୟ ଦେଲେ। ମୁଖ୍ୟମନ୍ତ୍ରୀଙ୍କ ଭୋଟଦାନ ପାଇଁ ଭୋଟ୍ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।ରାଜଧାନୀ ଭୁବନେଶ୍ୱରରେ ଶାନ୍ତିଶୃଙ୍ଖଳା ଓ ଅବାଧରେ ନିର୍ବାଚନ ପାଇଁ ବ୍ୟାପକ ପ୍ରସ୍ତୁତି କରିଛି କମିଶନରେଟ ପୁଲିସ୍‌।  ନିର୍ବାଚନ ପାଇଁ ମୁତୟନ ହୋଇଛନ୍ତି ୫୦ ପ୍ଲାଟୁନ ଫୋର୍ସ  ଓ ୧୫୦ ପୁଲିସ ଅଫିସର।  ୭୦୫ ବୁଥ ପାଇଁ ପୋଲିଂ ପାର୍ଟି ସହ ପୁଲିସ୍‌ ପଠାଯାଇଛି।

Related post

ସ୍ତ୍ରୀ କୁ ହତ୍ୟା ତାପରେ  ସ୍ୱାମୀ ଆତ୍ମହତ୍ୟା

ସ୍ତ୍ରୀ କୁ ହତ୍ୟା ତାପରେ ସ୍ୱାମୀ ଆତ୍ମହତ୍ୟା

ଫୋକସପ୍ଲସ 30/05/23(ଧାମନଗର) ଚାଞ୍ଚଲ୍ୟ କର ହତ୍ୟା ନିଜ ସ୍ତ୍ରୀ କୁ ପ୍ରଥମେ ହତ୍ୟା ତାପରେ ସ୍ୱାମୀ କରିଲା ଆତ୍ମହତ୍ୟା ! ଧାରୁଆ କଟୁରୀ ରେ ହାଣି ହତ୍ୟା କରିବା…
କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

କାହିଁକି ଏମିତି କହିଲେ ବାଗେଶ୍ୱର ବାବା ?

  ଫୋକସପ୍ଲସ 29/05/2023(ଅହମଦାବାଦ) କାହଁକି ଏମିତି କହିଲେ ବାଗେଶ୍ୱର ବାବା? ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ସବୁବେଳେ ହେଡ ଲାଇନରେ ରହିଥାନ୍ତି। , କିଛି…
ଦୈନିକ ସଂକ୍ରମଣ ୪ ଶହ ତଳକୁ

ଦୈନିକ ସଂକ୍ରମଣ ୪ ଶହ ତଳକୁ

ଫୋକସପ୍ଲସ 29/05/2023(ନୂଆଦିଲ୍ଲୀ) ବର୍ତମାନ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। କରୋନା ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ…

Leave a Reply

Your email address will not be published. Required fields are marked *