୩ ଦିନ ପ୍ରବଳ ଛେଚିବ !

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର କଟକ ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଯିବାକୁ ବାରଣ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ନୂଆପଡା, କଳାହାଣ୍ଡି, ରାୟଗଡା, ଗଂଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଠିକ ସେହିପରି ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି, ମାଲକାନଗିରି , କୋରାପୁଟ, ରାୟଗଡା ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହେବା ସହିତ ପ୍ରବଳ ବର୍ଷା ପାଇଁ ନୂଆପଡା କଳାହାଣ୍ଡି ବଲାଙ୍ଗୀର କନ୍ଧମାଳ ଗଂଜାମ କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *