ଆସିଲା ରାଜ୍ୟ ବଜେଟ; ୪ ବର୍ଗକୁ ଅତ୍ୟନ୍ତ ପ୍ରାଧାନ୍ୟ

ଭୁବନେଶ୍ୱର, ୨୫/୦୭: ଆସିଲା ରାଜ୍ୟ ପାଇଁ ବଜେଟ | ଆଜି ବିଧାନସଭାରେ ଚଳିତ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରିଛନ୍ତି | ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି | ଗତ ଫେବ୍ରୁଆରୀ ମାସରେ ପୂର୍ବ ସରକାର କାମଚଳା ବଜେଟ ଉପସ୍ଥାପନା କରିଥିଲେ | ଚଳିତ ବର୍ଷ ମୋଟ ୨ ଲକ୍ଷ ୬୫ ହଜାର କୋଟିର ବଜେଟ କରିଛନ୍ତି ମୋହନ ସରକାର | ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷର ବଜେଟ ପରିମାଣ ୧୫% କୁ ଅଧିକ ବୃଦ୍ଧି ପାଇଛି | ଚଳିତ ବର୍ଷ ବଜେଟରେ ୪ ଟା ବର୍ଗକୁ ଅତ୍ୟନ୍ତ ପ୍ରାଧାନ୍ୟ ଦିଆଯାଇଛି | ଗରିବ, ମହିଳା, ଯୁବ ବର୍ଗ ଓ ଚାଷୀ ମାନଙ୍କୁ ପ୍ରାଧାନ୍ୟ ଦିଆଯାଇଛି |

ଏତତ ବ୍ୟତୀତ ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ, ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ପରିକଳ୍ପନା ଜରୁରୀ | ଓଡ଼ିଆ ଅସ୍ମିତା ହିଁ ଆମର ପରିଚୟ | ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ। ସେଥିପାଇଁ ପ୍ରଥମ କ୍ୟାବିନେଟରେ ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି ହୋଇଛି। କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା। ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି କିନ୍ତୁ ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟିକୁ ବୃଦ୍ଧି ହୋଇଛି। କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ ଧାନ କିଣାଯିବ। ଧାର୍ଯ୍ୟ ଏମ୍‌ଏସ୍‌ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ। ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ୍‌ କିଷାନ ଆସିଛି ସିଏମ୍‌ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି। ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା। ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ। ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା। ବର୍ତ୍ତମାନ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିଛନ୍ତି | ଏହା ମୋହନ ସରକାରର ପ୍ରଥମ ବଜେଟ | ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିଛନ୍ତି |

Leave a Reply

Your email address will not be published. Required fields are marked *