ପ୍ରଥମ ଥର ସମ୍ବିଧାନ ଧରି ଶପଥ ନେଲେ ପ୍ରିୟଙ୍କା

ପ୍ରଥମ ଥର ପାଇଁ ଲୋକସଭାର ସଦସ୍ୟା ଭାବରେ ଶପଥ ନେଲେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା। କେରଳର ୱାୟନାଡ୍‌ ସଂସଦୀୟ ଆସନରୁ ଉପନିର୍ବାଚନରେ ବିପୁଳ ମାତ୍ରାରେ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଗାନ୍ଧୀ ଶପଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମାଆ ସୋନିଆ ଗାନ୍ଧୀ ସେଠାରେ ଉପସ୍ଥିତ ଥିଲେ। ଏହାସହ ତାଙ୍କ ପୁଅ ରେହାନ ଏବଂ ଝିଅ ମିରାୟା ମଧ୍ୟ ସେଠାରେ ଥିଲେ। ୱାୟନାଡ୍‌ର କଂଗ୍ରେସ ନେତାମାନେ ବୁଧବାର ନୂଆଦିଲ୍ଲୀ ଗସ୍ତକରି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ପ୍ରିୟଙ୍କାଙ୍କୁ ଏହି ଆସନରୁ ବିଜୟ ପ୍ରମାଣପତ୍ର ହସ୍ତାନ୍ତର କରିଥିଲେ । ଲୋକ ସଭାରେ ପ୍ରିୟଙ୍କା ପ୍ରବେଶ କରିବା ପରେ ପାର୍ଲାମେଣ୍ଟ ଏକାସଙ୍ଗେ ନେହେରୁ-ଗାନ୍ଧୀ ପରିବାରର ୩ ଜଣ ସଦସ୍ୟଙ୍କୁ ଦେଖିବାକୁ ଯାଉଛି। ପ୍ରିୟଙ୍କାଙ୍କ ମା’ ସୋନିଆ ଗାନ୍ଧୀ ପୂର୍ବରୁ ରାଜସ୍ଥାନରୁ ରାଜ୍ୟ ସଭାରେ ପ୍ରତିନିଧିତ୍ୱ କରୁଥିବାବେଳେ ତାଙ୍କ ପୂର୍ବ ଲୋକସଭା ଆସନ ରାଏବରେଲିରୁ ପୁଅ ରାହୁଲ ଗାନ୍ଧୀ ପ୍ରତିନିଧିତ୍ୱ କରୁଛନ୍ତି।

Leave a Reply

Your email address will not be published. Required fields are marked *