ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ

ଜମ୍ମୁ କଶ୍ମୀର : ପୁଣି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଜମ୍ମୁ କଶ୍ମୀର ବାରମୁଲ୍ଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ବେଳେ ୩ ଜଣ ଆତଙ୍କବାଦୀ ନିପାତ ହୋଇ ଥିବାବେଳେ ଦୁଇ ଜଣ ଯବାନ ସହିଦ ହୋଇଥିବା ସୂଚନା ମିଳିଛି। । ଉତ୍ତର କଶ୍ମୀର ଜିଲ୍ଲାର ପଟ୍ଟାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇବା ପରେ ମିଳିତ ଭାବରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ଜମ୍ମୁ କଶ୍ମୀର ପୁଲିସ ଏବଂ ଭାରତୀୟ ସେନା । ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଅତର୍କିତ ଗୁଳିବିନିମୟ କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲା। ଦୀର୍ଘ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଚାଲିଥିଲା। ଏଥିରେ ତିନି ଜଣ ଆତଙ୍କୀ ନିପାତ ହୋଇଛନ୍ତି। ସେହିପରି ଦୁଇ ଜଣ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ଆଉ କିଛି ଆହତ ହୋଇଥିବା ଜଣାପଡିଛି। ଗତକାଲି ରାତିରେ ଏହି ଅପରେସନ ହୋଇଥିବା ବେଳେ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏବେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।

Leave a Reply

Your email address will not be published. Required fields are marked *