ଭୁବନେଶ୍ୱର : ଓଡ଼ିଶାରେ ମିଳିଲା ସୁନା ଖଣିର ସନ୍ଧାନ । ଆଜି ବିଧାନସଭାରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଏପରି ଉତ୍ତର ରଖିଛନ୍ତି ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା । ତେବେ ଏହି ସୁନାଖଣି ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଥିବାର ସନ୍ଧାନ ମିଳିଛି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ଜିଏସ୍ଆଇ ଦ୍ବାରା ତମ୍ବାପଥର ଅନ୍ବେଷଣ ବେଳେ ଏହି ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ଜଣାପଡ଼ିଛି । ତେବେ ମିଳିଥିବା ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା କହିଛନ୍ତି ।