ମୁମ୍ବାଇ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ। ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହୋଇଛି । ସେଥିପାଇଁ ଆଜି ଏକନାଥ ସିନ୍ଦେ ମୁମ୍ବାଇର ରାଜ ଭବନ ଯାଇ ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଭେଟି ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ଏକନାଥ ସିନ୍ଦେଙ୍କ ସହ ଅଜିତ ପାୱାର ଏବଂ ଦେବେନ୍ଦ୍ର ଫଡନାବିସ୍ ମଧ୍ୟ ଉପସ୍ଥିତ ଥିଲେ। ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂଆ ସରକାର ଗଠନ ପାଇଁ ଚାଲିଛି ପ୍ରସ୍ତୁତି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି, ଶିବସେନା ଏବଂ ଏନସିପିର ସହଯୋଗୀ ମହାୟୁତି ଦଳ ବିପୁଳ ମାତ୍ରାରେ ବିଜୟୀ ହୋଇଛି। ତେବେ ମହାରାଷ୍ଟ୍ରରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ତେବେ ରେସ୍ରେ ସବୁଠୁ ଆଗରେ ଦେବେନ୍ଦ୍ର ଫଡନାବିସ୍ ଥିବାବେଳେ ଏକନାଥ ସିନ୍ଦେଙ୍କ ନାଁ ଙ୍କୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି ।