ଆସୁଛି ବଡ ବର୍ଷା

ଭୁବନେଶ୍ୱର : ପୁଣି ଆସୁଛି ବଡ ବର୍ଷା । ଆସନ୍ତା କାଲିଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷିବ । ବର୍ତ୍ତମାନ ମିଆଁମାର ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଗତି କରି ଉପକୂଳବର୍ତ୍ତୀ ବଙ୍ଗଳାଦେଶକୁ ଆସିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ଉପକୂଳବର୍ତ୍ତୀ ୧୪ ଜିଲ୍ଲାକୁ ବିଜୁଳି ସହିତ ଘଡ଼ଘଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ଆସନ୍ତାକାଲି ଠାରୁ ବଢିବ ବର୍ଷାର ପରିମାଣ । ଆସନ୍ତା କାଲି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *