ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର : ନୂଆ ବିଧାୟକମାନଙ୍କୁ ନିଜର ଅନୁଭୂତି ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ। ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସଂସଦୀୟ ବ୍ୟାପାର ତଥା ସଂଖ୍ୟାଲଘୁ ବିଭାଗର ମନ୍ତ୍ରୀ କିରଣ ରିଜିଜୁ। ଆଜି ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ। ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ , ବିମାନବନ୍ଦରରେ ସ୍ବାଗତ କରିଛନ୍ତି ସଂସଦୀୟ ବ୍ୟାପାର ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏବଂ ଭଟଲି ର ବିଧାୟକ ଈରାଶିଷ ଆଚାର୍ଯ୍ୟ। ଚଳିତ ଥର ବିଧାନସଭାକୁ ଆସିଥିବା ନୂଆ ବିଧାୟକ ନେବେ ପ୍ରଶିକ୍ଷଣ ନେବେ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଦୀର୍ଘ ଦୁଇ ଦିନ ଧରି ଚାଲିବ। ଆଜିର ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁବନେଶ୍ୱରରେ ଗସ୍ତରେ ଆସିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ଏହାପରେ ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବା ନେଇ ସୂଚନା ରହିଛି। ତେବେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଦଳୀୟ ଭିତ୍ତିରେ କରାଯାଉଥିବାର ଅଭିଯୋଗ ଆଣି ଏହାକୁ ଉଭୟ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବର୍ଜନ କରିଛନ୍ତି।

Leave a Reply

Your email address will not be published. Required fields are marked *